ଡିସେମ୍ବର ୨୯ରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ, ଶପଥ ଗ୍ରହଣ ଉତ୍ସବରେ ଓଡିଶାରୁ ଯୋଗ ଦେବେ ଏହି ନେତା

0
Advertisement


ରାଞ୍ଚି: ଝାଡ଼ଖଣ୍ଡରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା, କଂଗ୍ରେସ ଓ ରାଷ୍ଟ୍ରୀୟ ଜନତା ଦଳର ଗଠବନ୍ଧନକୁ ବହୁମତ ମିଳିବା ପରେ ସରକାର ଗଠନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି | ଡିସେମ୍ବର ୨୯ ତାରିଖରେ ହେମନ୍ତ ସୋରେନ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବାବେଳେ ଏହି ଶପଥ ଗ୍ରହଣ ଉତ୍ସବରେ ୬ ଜଣ ମୁଖ୍ୟମନ୍ତ୍ରୀ ଓ ୫ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀ ସାମିଲ ହେବେ | ରାଜ୍ୟ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ୟ ଏହି ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ | ରାଞ୍ଚିର ମରାହାବାଦି ପଡିଆରେ ଏହି ଶପଥ ଗ୍ରହଣ ଉତ୍ସବ ଆୟୋଜନ ହେବାକୁ ଯାଉଥିବାବେଳେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସହ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ସାମିଲ ହେବେ |

photo–asian age

୬ ଜଣ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲତ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରମୁଖ ସାମିଲ ହେବେ |

ବର୍ତ୍ତମାନର ୬ ଜଣ ମୁଖ୍ୟମନ୍ତ୍ରୀଙ୍କ ଛଡା ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ, ଅଖିଳେଶ ଯାଦବ, ହରିଶ ରାବତ, ଚନ୍ଦ୍ରବାବୁ ନାଇଡୁ, ଏଚଡ଼ି କୁମାରସ୍ବାମୀ ମଧ୍ୟ ସାମିଲ ହେବେ | ଏଠାରେ ସୂଚନା ଥାଉ କି ଝାଡ଼ଖଣ୍ଡର ୮୧ ସଦସ୍ୟ ବିଶିଷ୍ଟ ବିଧାନସଭାରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ୩ ଦଳର ଗଠବନ୍ଧନ ୪୭ ଆସନ ବିଜୟୀ ହୋଇ ପୂର୍ଣ୍ଣ ବହୁମତ ହାସଲ କରିଥିଲା |



Source link

Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: ) - Click here : Public voice Tv
ADVT - Contact 9668750718 ( Rs 5000 PM + 10 more digital campaign )
ADVT - Contact 9668750718 ( Rs 5000 PM + 10 more digital campaign )

LEAVE A REPLY

Please enter your comment!
Please enter your name here