ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ ବିଗୁଡ଼ିଛି କରୋନା ସ୍ଥିତି। ଦେଶରେ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି କରୋନା ପଜିଟିଭଙ୍କ ସଂଖ୍ୟା। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୩୧ଲକ୍ଷ ୬୭ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ସଂଖ୍ୟକ ନୂଆ ୬୦,୯୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୮୪୮ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୬୬,୫୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୬୭,୩୨୩ ରେ ପହଁଞ୍ଚିଛି। ସେମଧ୍ୟରୁ ୫୮,୩୯୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୭,୦୪,୩୪୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୨୪,୦୪,୫୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଏକ ଆାଶ୍ବସ୍ତିକର ଖବର।
India's #COVID19 case tally crosses 31 lakh mark with 60,975 fresh cases and 848 deaths in the last 24 hours.
The #COVID19 case tally in the country rises to 31,67,324 including 7,04,348 active cases, 24,04,585 cured/discharged/migrated & 58,390 deaths: Ministry of Health pic.twitter.com/X0tb6dYInC
— ANI (@ANI) August 25, 2020
ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।
ଅପରପକ୍ଷେ ମହାରାଷ୍ଟ୍ରରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି ସୁଦ୍ଧା କେବଳ ମହାରାଷ୍ଟ୍ରରେ ୨୨,୪୬୫ ଜଣଙ୍କର ମୃତ୍ୟୁ ହୋଇଛି। ବିଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨୧୨ ଜଣଙ୍କର ମୃତ୍ୟୁ ହୋଇଛି।
The post ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୮ ହଜାର ଟପିଲା, ମହାରାଷ୍ଟ୍ରରେ ସର୍ବାଧିକ appeared first on Odisha Link.
Disclaimer: This story is auto-aggregated by a computer program and has not been created or edited by Public Voice. To publish your news in our website for quality back links and traffic contact [email protected]
Publisher : https://www.odishalink.com/2020/08/25/ndias-covid19-case-tally-crosses-31-lakh-mark/

