ନୂଆଦିଲ୍ଲୀ: ମହାମାରୀ କୋଭିଡ-୧୯ ବା କରୋନା ଭାଇରସ୍ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ପାଲଟିଛି। ଦିନକୁ ଦିନ ଏହି ମହାମାରୀ ଭାରତରେ କାୟା ବିସ୍ତାର କରିବାରେ ଲାଗିଛି। ଦେଶରେ କ୍ରମାଗତ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତ ସଂଖ୍ୟା ଏବଂ କରୋନା ଜନିତ ମୃତ୍ୟୁ ସଂଖ୍ୟା। ଆଜି ସକାଳ ୮ଟା ସୁଦ୍ଧା ଦେଶରେ ୭୪୪୭ ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୨୩୯କୁ ବୃଦ୍ଧି ପାଇଛି। ଅପରପକ୍ଷେ ୬୪୨ ଜଣ କରୋନା ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତିଦିନ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି।
ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେ, କରୋନାକୁ ରୋକିବାକୁ ସରକାର ଅନେକ ପଦକ୍ଷେପ ନେଉଥିବା ପରେ ବି ମୃତକଙ୍କ ସଂଖ୍ୟା ବଢିଛି। ତେବେ ଭୂତାଣୁକୁ ରୋକିବାକୁ ହେଲେ ଘରେ ସତର୍କ ରହିବା ସହ ବାହାରକୁ ନବାହାରିବା ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଉଛି। କେବଳ ଦେଶରେ ନୁହେଁ ବରଂ ସାରା ବିଶ୍ୱରେ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି।
The post ଭାରତରେ କରୋନା: ମୃତ୍ୟୁସଂଖ୍ୟା ୨୩୯କୁ ବୃଦ୍ଧି, ସୁସ୍ଥ ହେଲେଣି ୬୪୨ appeared first on Odisha Link.
Disclaimer: This story is auto-aggregated by a computer program and has not been created or edited by Public Voice. To publish your news in our website for quality back links and traffic contact [email protected]
Publisher : https://www.odishalink.com/2020/04/11/corona-virus-update-till-today/

