୨୪ ଘଣ୍ଟାରେ ୧୨,୮୮୧ ଜଣ ଆକ୍ରାନ୍ତ ଚିହ୍ନଟ, ୩୩୪ ମୃତ

0
୨୪ ଘଣ୍ଟାରେ ୧୨,୮୮୧ ଜଣ ଆକ୍ରାନ୍ତ ଚିହ୍ନଟ, ୩୩୪ ମୃତ
Advertisement

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୩ ଲକ୍ଷ ୬୬ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୧୨,୮୮୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୩୩୪ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଯାହାକି ଦେଶରେ ଦିନକରେ ସର୍ବାଧିକ। ଅପରପକ୍ଷେ ୭,୩୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୂଚନାଥାଉକି ଗତକାଲି ଦିନକରେ ସର୍ବାଧିକ ୨୦୦୩ ଜଣ ଲୋକଙ୍କ କରୋନା ଜନିତ ମୃତ୍ୟୁ ହୋଇଥିଲା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୬୬,୯୪୬ରେ ପହଁଞ୍ଚିଛି। ସେମଧ୍ୟରୁ ୧୨,୨୩୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୧,୬୦,୩୮୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୧,୯୪,୩୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

The post ୨୪ ଘଣ୍ଟାରେ ୧୨,୮୮୧ ଜଣ ଆକ୍ରାନ୍ତ ଚିହ୍ନଟ, ୩୩୪ ମୃତ appeared first on Odisha Link.

Disclaimer: This story is auto-aggregated by a computer program and has not been created or edited by Public Voice. To publish your news in our website for quality back links and traffic contact [email protected]voice.co.in

Publisher : https://www.odishalink.com/2020/06/18/corona-updates-india-june-18/?utm_source=rss&utm_medium=rss&utm_campaign=corona-updates-india-june-18

Visit Our Youtube Chanel and Subsribe to watch public Survey : ( ଆମର ୟୁଟ୍ୟୁବ୍ ଚ୍ୟାନେଲ୍ ପରିଦର୍ଶନ କରନ୍ତୁ ଏବଂ ସର୍ବସାଧାରଣ ସର୍ଭେ ଦେଖିବା ପାଇଁ ସବସ୍କ୍ରାଇବ କରନ୍ତୁ: ) - Click here : Public voice Tv
ADVT - Contact 9668750718 ( Rs 5000 PM + 10 more digital campaign )
ADVT - Contact 9668750718 ( Rs 5000 PM + 10 more digital campaign )

LEAVE A REPLY

Please enter your comment!
Please enter your name here